ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଚଳନ୍ତା ଟ୍ରେନରୁ ଖସିପଡି ଚାଲିଗଲା ଶିକ୍ଷକଙ୍କ ଜୀବନ

0

ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଏକ ଅଘଟଣ ଘଟି ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ ରାୟପୁରର ବି.ଶିବଶଙ୍କର (୬୫) ବୋଲି ଜଣାପଡ଼ିଛି।

ସୂଚନା ପାଇ ଜିଆରପି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନା ଅନୁସାରେ, ଶିବଶଙ୍କର ଆଜି ସକାଳ ସାଢେ ୭ଟା ବେଳେ ଜ୍ଞାନେଶ୍ବରୀ ଏକ୍ସପ୍ରେସରେ ଚଢ଼ିବାକୁ ଯାଉଥିବା ବେଳେ ଟ୍ରେନଟି ଛାଡ଼ି ଦେଇଥିଲା। ଫଳରେ ଶିବଶଙ୍କରଙ୍କର ଗୋଡ଼ ଖସି ଯାଇଥିଲା ଓ ସେ ତଳକୁ ଗଳି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ହେଁ ସେତେବେଳକୁ ସେ ଟ୍ରେନ ତଳକୁ ଗଳି ପଡ଼ିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଜିଆରପି ପୋଲିସ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି।

Leave A Reply

Your email address will not be published.