ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା

0

କଟକ: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ। କଟକ ମଣି ସାହୁ ଛକରେ ଆପର୍ଟମେଣ୍ଟ ତାଜା ଭୁସୁଡିବା ଘଟଣା ପରେ ଚେତିଛନ୍ତି ସରକାର। ବିଧାନସଭାରେ ଏ ସମ୍ପର୍କୀତ ପ୍ରଶ୍ନର ଉତ୍ତର ରଖି, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବିପଦସଙ୍କୁଳ କୋଠାଗୁଡ଼ିକୁ ଚିହ୍ନଟ କରିବା ପାଇଁ ଏକ ବିଶେଷ କମିଟି ଗଠନ କରାଯାଇଛି।

କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ କରାଯାଇଛି। ବର୍ତ୍ତମାନ କମିଟିର ସଦସ୍ୟମାନେ ୱାର୍ଡରୁ ୱାର୍ଡ ବୁଲି ସର୍ଭେ କରୁଛନ୍ତି । ସର୍ଭେ କାମ ଶେଷ ହେଲେ ଚିହ୍ନଟ କରାଯାଇଥିବା କୋଠାଗୁଡିକର ମାଲିକମାନଙ୍କୁ ପ୍ରଥମେ ନୋଟିସ ଦେଇ ତା ପରେ ଭଙ୍ଗାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନା ଅନୁସାରେ ନଭେମ୍ବର ୮ ତାରିଖରେ ଏକ ପୁରୁଣା କୋଠା ଭାଙ୍ଗିଯିବାରୁ କଟକ ମଣିସାହୁ ଛକ ହାଡିବନ୍ଧୁ ହାଇସ୍କୁଲ ନିକଟରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାସହ ଜଣେ ମହିଳା ଓ ଜଣେ ଶିଶୁ ଗୁରୁତର ହୋଇଥିଲେ।

Leave A Reply

Your email address will not be published.