ପ୍ରମୁଖ ଖବର

୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଧନୁଯାତ୍ରା ପାଇଁ ସରକାର ଦେବେ ୧ କୋଟି

0

ବରଗଡ଼: ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ।ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏଁ ସମ୍ମାନ ସୂଚକ ରାଶି ମିଳିବ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଡିସେମ୍ବର ୨୪ରୁ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଧନୁଯାତ୍ରା ଅନୁଷ୍ଠିତ ହେବ। ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରା ମହୋତ୍ସବର ସିଧାପ୍ରସାରଣ ହେବ। ବରଗଡ଼ ସହରର ପ୍ରମୁଖ ପ୍ରବେଶ ଦ୍ୱାରରେ ଧନୁଯାତ୍ରା ଥିମ୍‌ର ଗେଟ ନିର୍ମାଣ ବି ହେବ। ଧନୁଯାତ୍ରା ସମୟରେ ଭୁବନେଶ୍ୱର ଓ ପୁରୀରୁ ବରଗଡ଼କୁ ସ୍ବତନ୍ତ୍ର ଟୁରିଷ୍ଟ ବସ୍‌ ଚାଲିବ ବୋଲି ନିଷ୍ପତ୍ତି ହୋଇଛି। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଧନୁଯାତ୍ରା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ୱେବସାଇଟରେ ଏକ ଡିଜିଟାଲ କୁଇଜ ଅନୁଷ୍ଠିତ କରାଯାଇ ଡିଜିଟାଲ ପ୍ରମାଣପତ୍ର ପ୍ରଦାନ କରାଯିବାର ମଧ୍ୟ ବ୍ୟବସ୍ଥା ରହିବ।

Leave A Reply

Your email address will not be published.