ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ବରଗଡ଼ ଧନୁଯାତ୍ରା ପାଇଁ ସରକାର ଦେବେ ୧ କୋଟି

0

ବରଗଡ଼: ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ।ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏଁ ସମ୍ମାନ ସୂଚକ ରାଶି ମିଳିବ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଡିସେମ୍ବର ୨୪ରୁ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଧନୁଯାତ୍ରା ଅନୁଷ୍ଠିତ ହେବ। ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରା ମହୋତ୍ସବର ସିଧାପ୍ରସାରଣ ହେବ। ବରଗଡ଼ ସହରର ପ୍ରମୁଖ ପ୍ରବେଶ ଦ୍ୱାରରେ ଧନୁଯାତ୍ରା ଥିମ୍‌ର ଗେଟ ନିର୍ମାଣ ବି ହେବ। ଧନୁଯାତ୍ରା ସମୟରେ ଭୁବନେଶ୍ୱର ଓ ପୁରୀରୁ ବରଗଡ଼କୁ ସ୍ବତନ୍ତ୍ର ଟୁରିଷ୍ଟ ବସ୍‌ ଚାଲିବ ବୋଲି ନିଷ୍ପତ୍ତି ହୋଇଛି। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଧନୁଯାତ୍ରା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ୱେବସାଇଟରେ ଏକ ଡିଜିଟାଲ କୁଇଜ ଅନୁଷ୍ଠିତ କରାଯାଇ ଡିଜିଟାଲ ପ୍ରମାଣପତ୍ର ପ୍ରଦାନ କରାଯିବାର ମଧ୍ୟ ବ୍ୟବସ୍ଥା ରହିବ।

Leave A Reply

Your email address will not be published.