ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଉତ୍କଳ ସଂଗୀତ ମହାବିଦ୍ୟାଳୟ ଅଧ୍ୟାପକ ବହିଷ୍କୃତ

0

ଭୁବନେଶ୍ବର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କୃତ କରାଯାଇଛି। କର୍ତ୍ତୃପକ୍ଷଙ୍କ ଲିଖିତ ଅଭିଯୋଗ ପରେ ଅଧ୍ୟାପକଙ୍କୁ ବହିଷ୍କୃତ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପ୍ରିନ୍ସିପାଲ୍‌ ବିଜୟ ଜେନା। ଗତ ଜୁନ୍ ମାସରେ ସେ ଅତିଥି ଅଧ୍ୟାପକ ଭାବେ କଲେଜରେ ଯୋଗଦେଇଥିଲେ।

ଛାତ୍ରୀମାନଙ୍କୁ କାଷ୍ଟିଂ କାଉଚ୍‌ ଓ ଅଶାଳୀନ ଆଚରଣରେ ନିର୍ଯାତନା ଦେଉଥିବା ଅଭିଯୋଗରେ ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କାର କରାଯାଇଛି। କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରାଯିବା ପରେ ପୋଲିସ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ ଅଟକ ରଖିଛି।ଏହି ଘଟଣାକୁ ନେଇ ଛାତ୍ରୀମାନେ କ୍ୟାମ୍ପସରେ ହଙ୍ଗାମା କରିବା ସହ ରାଜରାସ୍ତା ଅବରୋଧ କରି ତୁରନ୍ତ ଅଭିଯୁକ୍ତଙ୍କୁ ବହିଷ୍କାର କରିବାକୁ ଦାବି କରିଥିଲେ। ବିକ୍ଷୋଭ ସମୟରେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲ୍‌ ଯାଇଥିଲେ। ଏହି ଘଟଣାର ତଦନ୍ତ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଦେବ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ଟିମ୍‌ କଲେଜରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

Leave A Reply

Your email address will not be published.