ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

0

କେନ୍ଦୁଝର: କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା ପ୍ରଶ୍ନ ସଂଖ୍ୟା ୧୫୮୯ର ଲିଖିତ ଉତ୍ତରରେ ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ।

ପାଟଣା ବିଧାୟକ ନାଏକ ତାଙ୍କ ନିର୍ବାଚନ ମଣ୍ଡଳୀ ନୂଆପଡ଼ାରେ ବ୍ୟାରେଜ ନିର୍ମାଣ ପାଇଁ ବହୁଦିନରୁ ଦାବି ହୋଇଆସୁଛି ତାହା କେବେ ହେବ କି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ପ୍ରଶ୍ନ କରିଥିଲେ। ଯାହାର ଉତ୍ତରରେ ଏହି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାଟଣା ବ୍ଲକ ୧୧୬୮୧. ୫୦, ସାହାରପଡ଼ା ବ୍ଲକର ୧୨୪୧.୫୬, ଘଟଗାଁ ବ୍ଲକର ୧୧୦୩ ଓ ଠାକୁର ମୁଣ୍ଡା ବ୍ଲକର ୬୬୩୫ ହେକ୍ଟର ଜମିରେ ଜଳସେଚନ ହେବ। ମୋଟ୍‌ ୩୧.୮୩୫ହେକ୍ଟର ଜମିକୁ ଜଳ ଯୋଗାଇ ଦିଆଯିବ। ବୈଷୟିକ ଅନୁମୋଦନ ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତର ଦେଇଛନ୍ତି।

Leave A Reply

Your email address will not be published.