ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ

0

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ନୂତନ ଭାବରେ ବିକଶିତ ୧୭ଟି ପାଠ୍ୟପୁସ୍ତକର ସମୀକ୍ଷା ଏବଂ ଅନୁମୋଦନ କରାଯାଇଛି। ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ପାଠ୍ୟକ୍ରମ ଏବଂ ପାଠ୍ୟପୁସ୍ତକ ବିକାଶ ସମ୍ପର୍କିତ ଚତୁର୍ଥ କୋର୍ କମିଟି ବୈଠକରେ ଏହି ଅନୁମୋଦନ କରାଯାଇଛି। ଏହି ବୈଠକରେ ବିଭାଗ ଅଧିନରେ ଥିବା ସମସ୍ତ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ କମିଟି ସଦସ୍ୟ ଉପସ୍ଥିତ ଥିଲେ।

ଦେଶରେ ପ୍ରଥମ ଥର ପାଇଁ ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦ ଅଧୀନରେ ଓଡ଼ିଶା ୫୫ଟି ନୂତନ ଏନସିଇଆରଟି ପାଠ୍ୟପୁସ୍ତକକୁ ଅନୁବାଦ ଏବଂ ସନ୍ଦର୍ଭୀକରଣ କରିଛି । ଚଳିତ ବର୍ଷ ଗୁରୁ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ପାଠ୍ୟକ୍ରମ ରୂପରେଖ, ୨୦୨୫ କୁ ଉଦଘାଟନ କରିଥିଲେ। ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (SCERT) ଦ୍ବାରା ଏହି ସଫଳତା ହାସଲ୍ କରାଯାଇଛି। ଛାତ୍ରଛାତ୍ରୀମାନଙ୍କର ସାମଗ୍ରିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ତିନୋଟି ନୂତନ ବିଷୟ- କଳା ଶିକ୍ଷା, ଶାରୀରିକ ଶିକ୍ଷା ଓ ସୁସ୍ଥତା, ଏବଂ ବୃତ୍ତିଗତ ଶିକ୍ଷାରେ ପାଠ୍ୟପୁସ୍ତକ ପ୍ରଚଳନ କରିଛି। ଏହା ରାଜ୍ୟର ଆବଶ୍ୟକତା, ସଂସ୍କୃତି ଓ ଐତିହ୍ୟକୁ ପ୍ରତିଫଳିତ କରିବ। ସମସ୍ତ ନୂତନ ପାଠ୍ୟପୁସ୍ତକ ୨୦୨୬-୨୭ ଶିକ୍ଷାବର୍ଷରୁ ସମସ୍ତ ବିଦ୍ୟାଳୟରେ ଲାଗୁ କରାଯିବ।

ରାଜ୍ୟ ପାଠ୍ୟକ୍ରମ ରୂପରେଖ ଓ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଷୟର ପୁସ୍ତକକୁ ଅତି କମ୍ ସମୟ ମଧ୍ୟରେ ବିକଶିତ କରି ଓଡ଼ିଶା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବରେ ପରିଚୟ ପାଇଛି । ଏହା ମଧ୍ୟରେ SCERT ଶିକ୍ଷକମାନଙ୍କୁ ରାଜ୍ୟବ୍ୟାପୀ ନୂତନ ପାଠ୍ୟକ୍ରମ ରୂପରେଖ ଏବଂ ନୂତନ ପାଠ୍ୟପୁସ୍ତକର ଶ୍ରେଣୀରେ ସଫଳ ସଞ୍ଚାଳନ ବିଧି ସହିତ ପରିଚିତ କରାଇବା ପ୍ରକ୍ରିୟା ଆରମ୍ଭ କରିସାରିଛି। ପାଠ୍ୟପୁସ୍ତକ ବିକାଶ କରିବା ସମୟରେ ଓଡ଼ିଶାର ଇତିହାସ, ବିଜ୍ଞାନ, ଗଣିତ, ସାହିତ୍ୟ ଏବଂ କଳା ସହିତ ଜଡିତ ସ୍ଥାନୀୟ ଉଦାହରଣ, କାହାଣୀ ଏବଂ ସନ୍ଦର୍ଭକୁ ଅନ୍ତର୍ଭୁକ୍ତ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା । ଏହି ପଦ୍ଧତି ଛାତ୍ରଛାତ୍ରୀମାନଙ୍କୁ ଶ୍ରେଣୀଗୃହ କାର୍ଯ୍ୟକଳାପରେ ଅଧିକ ନିୟୋଜିତ କରାଇବ। ଜାତୀୟ ଶିକ୍ଷା ନୀତି ୨୦୨୦ ରେ ପରିକଳ୍ପନା କରାଯାଇଥିବା ଜ୍ଞାନ, ଦକ୍ଷତା, ମୂଲ୍ୟବୋଧ ଏବଂ ସ୍ୱଭାବକୁ ଏହି ପଦକ୍ଷେପ ସୁଦୃଢ଼ କରିବ।

Leave A Reply

Your email address will not be published.