ପ୍ରମୁଖ ଖବର

ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍‌-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ

ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

0

ବାଲେଶ୍ବର: ବାଲେଶ୍ବରର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଶନିବାର ସକାଳେ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟି ହାଉସକିପିଂ ୟୁନିଟ୍ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଅଗ୍ନିକାଣ୍ଡରେ କୌଣସି ଜନଜୀବନ କ୍ଷତିଗ୍ରସ୍ତ ହୋଇନଥିଲେ ମଧ୍ୟ ରୋଗୀ, ଆଟେଣ୍ଡାଣ୍ଟ ଏବଂ ହସ୍ପିଟାଲ କର୍ମଚାରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଯାଇଛି।

କିଛି ସ୍ଥାନୀୟ ବାସିନ୍ଦା ହସ୍ପିଟାଲର ଏକ କୋଠରୀରୁ ଧୂଆଁ ବାହାରୁଥିବା ଦେଖି ତୁରନ୍ତ ହସ୍ପିଟାଲ କର୍ତ୍ତୃପକ୍ଷ ଓ ଅଗ୍ନିଶମ କର୍ମଚାରୀମାନଙ୍କୁ ସୂଚନା ଦେଇଥିଲେ। ସୂଚନା ପାଇ ଅଗ୍ନିଶମ ବାହିନୀର ଏକ ଦଳ ହସ୍ପିଟାଲରେ ପହଞ୍ଚିଥିଲେ। ନିଆଁ ହସ୍ପିଟାଲର ଅନ୍ୟ ଅଂଶକୁ ବ୍ୟାପିବା ପୂର୍ବରୁ ତୁରନ୍ତ ନିୟନ୍ତ୍ରଣକୁ ଆଣିଥିଲେ।

ତେବେ ହାଉସକିପିଂ ଷ୍ଟୋର ରୁମରେ ଥିବା ଫିନାଇଲ୍, ପୋଷାକ ଏବଂ ହସ୍ପିଟାଲ ସାମଗ୍ରୀ ଭଳି ଜିନିଷପତ୍ର ଏହି ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଥିଲା। କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିଲା ତାହା ଜାଣିବା ପାଇଁ ହସ୍ପିଟାଲ ପ୍ରଶାସନ ଘଟଣାର ତଦନ୍ତ ଆରମ୍ଭ କରିଥିବା ନେଇ ରିପୋର୍ଟରୁ ଜଣାପଡିଛି।

Leave A Reply

Your email address will not be published.