ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ରାଜଧାନୀରେ ଖୋଲିବ ଆଉ ୨ ନୂଆ ତହସିଲ

0

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍। ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ ଏହି ପଦକ୍ଷେପ ନିଆଯାଇଛି। ବିଜ୍ଞପ୍ତି ପ୍ରକାଶ ପରେ ବର୍ତ୍ତମାନ ପ୍ରଶାସନିକ ସ୍ତରରେ ତତ୍ପରତା ଦେଖାଦେଇଛି।

ଖବର ମୁତାବକ, ରାଜଧାନୀର ରସୁଲଗଡ଼ ଓ ଖଣ୍ଡଗିରି ପଟେ, ଜମି କିଣାବିକା ଅଧିକ ହେଉଛି। ଜମି କିଣାବିକା, ମାଲିକାନା ହସ୍ତାନ୍ତର, ପଟ୍ଟା ପ୍ରସ୍ତୁତି, ଜାତିଗତ ଓ ଅନ୍ୟାନ୍ୟ ପ୍ରମାଣପତ୍ର ସମସ୍ୟା ହେଲେ ଲୋକଙ୍କୁ କଳ୍ପନାରେ ଥିବା ତହସିଲ କାର୍ଯ୍ୟାଳୟକୁ ଯିବାକୁ ପଡୁଛି। ତେଣୁ ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ଭୁବନେଶ୍ୱର ତହସିଲ ଅଧୀନରେ ସୁନ୍ଦରପଦା, ଭୁବନେଶ୍ୱର, ଇତିପୁର, ଧଉଳି ଓ ଶିଶୁପାଳ ଭଳି ୯ଟି ଆର୍‌ଆଇ ସର୍କଲ ରହିବାକୁ ଯୋଜନା ହୋଇଛି। ସେହିଭଳି ନୂଆ ଖୋଲା ହେବାକୁ ଥିବା ରସୁଲଗଡ଼ ଅଞ୍ଚଳରେ ଗାଡ଼କଣ, ବାସୁଆଘାଇ, ଲକ୍ଷ୍ମୀସାଗର, ଗଡ଼ଗୋବିନ୍ଦପ୍ରସାଦ, ପାଣ୍ଡରାକୁ ମିଶାଇ ୯ଟି ଆର୍‌ଆଇ ସର୍କଲ ରହିବ। ଖଣ୍ଡଗିରିରେ ହେବାକୁ ଥିବା ଆର୍‌ଆଇ ସର୍କଲରେ ପାଇକରାପୁର, ପାତ୍ରପଡ଼ା, ଜାଗମରା, ତମାଣ୍ଡୋ, ଘାଟିକିଆ ସମେତ ୧୦ଟି ସର୍କଲ ରହିବ। ଏହା ସରକାରୀ ଅନୁମୋଦନ ପାଇବା ପରେ ନୂଆ ତହସିଲ ଅଞ୍ଚଳକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।

Leave A Reply

Your email address will not be published.