ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

0

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଥିଲା ଗୃହ। ଏହି ୧୧ ଦିନ ମଧ୍ୟରେ ୧୭,୪୪୦ କୋଟି ଟଙ୍କାର ସପ୍ଲିମେଣ୍ଟରୀ ବଜେଟ୍ ଏବଂ କିଛି ପ୍ରମୁଖ ବିଲ୍ ଗୃହୀତ ହୋଇଥିଲା।

ଏଥର ବିଧାନସଭାର ଶୀତ ଅଧିବେଶନ ବେଶ ଚର୍ଚ୍ଚିତ ଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରିଥିଲେ। ବିଧାୟକମାନେ କେମିତି ଆଚରଣ ଓ ଉଚ୍ଚାରଣ କରିବେ ସେ ନେଇ ସଚେତନ କରାଇଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବିଧାନସଭା ସମୟରେ ଅତିରିକ୍ତ ବଜେଟ ଉପସ୍ଥାପନ କରିଥିଲେ। ବିଧାନସଭା ଆରମ୍ଭରେ ଶାସକ ଓ ବିରୋଧୀ ମୁହାଁମୁହିଁ ହୋଇଥିଲେ। ଆଉ ଶେଷ ସମୟରେ ମାଲକାନଗିରିକୁ ନେଇ ଗୃହ କମ୍ପିଥିଲା।

ମାଲକାନଗିରି ନିଆଁ ପ୍ରସଙ୍ଗ ଉଠାଇ ବିରୋଧୀ ଶାସକ ଦଳକୁ ଘେରିଥିଲେ। ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସରକାରଙ୍କ ଉପରେ ବର୍ଷିବା ସହ ଅପାରଗତା ସମ୍ପର୍କରେ କହିଥିଲେ। ମଣିପୁର ପରି ମାଲକାନଗିରି ଜଳୁଛି, ହେଲେ ସରକାର ଏଥିପ୍ରତି ଧ୍ୟାନ ଦେଉନାହାଁନ୍ତି ବୋଲି ସେ କହିଥିଲେ। ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ତେବେ ଏହି ଅଧିବେଶନ ନଭେମ୍ବର ୨୭ ତାରିଖରେ ରାଷ୍ଟ୍ରପତିଙ୍କ ଐତିହାସିକ ଅଭିଭାଷଣ ସହିତ ଆରମ୍ଭ ହୋଇଥିଲା।

Leave A Reply

Your email address will not be published.