ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବସ୍‌-ବାଇକ୍‌ ମୁହାଁମୁହିଁ, ଦୁଇ ଛାତ୍ର ମୃତ

0

ରାୟଗଡା: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇ ଛାତ୍ର ଗୁଡାରି ସୌରା ସାହିର ଦେବେନ୍ଦ୍ର ଶବର (୨୧ ବର୍ଷ) ଏବଂ ଗୁଡାରି ଢେପାଗୁଡା ନିକଟସ୍ଥ ବଡଗୁଡାର ବିଷ୍ଣୁ ଶବର ବୋଲି ଜଣାପଡିଛି।

ସୂଚନାନୁଯାୟୀ,ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବାଇକ୍‌ରେ ବସିଥିବା ଉଭୟ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ରାମନଗୁଡ଼ା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.