ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଡିସେମ୍ବର ୧୪ରେ ଓଡିଶା ଆସିବେ ଭାରତର ପ୍ରଧାନ ବିଚାରପତି

0

ଭୁବନେଶ୍ବର: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ। ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି।

କଟକ ସହିଦ ଭବନରେ ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ ହେବାକୁ ଥିବା ଆଲୋଚନାଚକ୍ରରେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ ରଣନୀତି ଶୀର୍ଷକ ଆଲୋଚନା ହେବ ବୋଲି ସୂଚନା ରହିଛି।

ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ସମେତ ଏହି ଆଲୋଚନା ଚକ୍ରରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ମୁଖ୍ୟ ବକ୍ତା, ଆଡଭୋକେଟ ଜେନେରାଲ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଓ ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସିତାଂଶୁ ମୋହନ ଦ୍ବିବେଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଉଛନ୍ତି।

Leave A Reply

Your email address will not be published.