ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ଓ ପିୟୂଷଙ୍କୁ ତାମିଲନାଡୁ ନିର୍ବାଚନ ଦାୟିତ୍ଵ

0

ନୂଆଦିଲ୍ଲୀ: ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ଦାୟିତ୍ଵ ଦେଇଛି ବିଜେପି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଭାରୀ କରାଯାଇଛି।

ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ଦ୍ୱାରା ଜାରି ଚିଠି ଅନୁଯାୟୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତାମିଲନାଡୁ ବିଧାନସଭା ପାଇଁ ନିର୍ବାଚନ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲଙ୍କୁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି।

Leave A Reply

Your email address will not be published.