ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ଓ ପିୟୂଷଙ୍କୁ ତାମିଲନାଡୁ ନିର୍ବାଚନ ଦାୟିତ୍ଵ

0

ନୂଆଦିଲ୍ଲୀ: ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ଦାୟିତ୍ଵ ଦେଇଛି ବିଜେପି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଭାରୀ କରାଯାଇଛି।

ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ଦ୍ୱାରା ଜାରି ଚିଠି ଅନୁଯାୟୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତାମିଲନାଡୁ ବିଧାନସଭା ପାଇଁ ନିର୍ବାଚନ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲଙ୍କୁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି।

Leave A Reply

Your email address will not be published.