ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ମହମ୍ମଦ ମୋକିମ କିଏ : ପିସିସି ସଭାପତି

0

ଭୁବନେଶ୍ବର: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ? । ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି। ଦଳୀୟ ନେତୃତ୍ୱ ସେମାନଙ୍କ କଥା ନିଶ୍ଚିତ ଶୁଣିବେ। ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ। କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ’ଣ ଆବଶ୍ୟକତା ଥିଲା। କାରଣ ସେ ଦଳରେ ରହିବାକୁ ଚାହୁଁ ନ ଥିଲେ।

ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି। ରାହୁଲ ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ। ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ କରିବେ। ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କରିଛନ୍ତି ଭକ୍ତ। ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ।

ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପରେ କଂଗ୍ରେସରେ ଏକପ୍ରକାର ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। କିଛିଦିନ ପୂର୍ବରୁ କଂଗ୍ରେସର ଜାତୀୟ ଏବଂ ରାଜ୍ୟସ୍ତରୀୟ ନେତୃବୃନ୍ଦଙ୍କ ଉପରେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଶ୍ନ ଉଠାଇବା ମହଙ୍ଗା ସାବ୍ୟସ୍ତ ହୋଇଛି। ପିସିସିର ସୁପାରିସକୁ ଅଖିଳ ଭାରତୀୟ କଂଗ୍ରେସ କମିଟି ଅନୁମୋଦନ କରିବା ପରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦଳର ପ୍ରାଥମିକ ସଦସ୍ୟ ପଦରୁ ମୋକିମ୍‌ଙ୍କୁ ବହିଷ୍କାର କରିଛନ୍ତିି।

Leave A Reply

Your email address will not be published.