ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ପାଇଁ ବିଜେଡିର ଦାବି

0

ଭୁବନେଶ୍ବର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି ଜନଅସନ୍ତୋଷକୁ ଦେଖି ଏହାର ପୁନର୍ବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ।
ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା ଭତ୍ତା ଓ ପେନସନକୁ ନେଇ ବିଲ ପାରିତ ହୋଇଥିଲା। ଏହି ବିଲ୍ ରେ ଏକକାଳୀନ ଅହେତୁକ ଦରମା ଓ ଭତ୍ତା ବୃଦ୍ଧିକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଓଡ଼ିଶା ଜନସାଧାରଣ ଏହାକୁ ବିରୋଧ କରିିଛନ୍ତି। ଜନମତ ଏହି ବିଲ ବିରୋଧରେ ଯାଉଛି। ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ।

ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିରୋଧୀ ଦଳ ନେତା ନ ଆଜି ପର୍ଯ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି। ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ। ଆମ ଦଳର ସଭାପତିଙ୍କ ନିର୍ଦ୍ଦେଶରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ ଏହି ବିଲର ସେ ପୁନର୍ବିଚାର କରନ୍ତୁ।

Leave A Reply

Your email address will not be published.