ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ପାଇଁ ପର୍ଯ୍ୟାୟ କ୍ରମେ ସମସ୍ତ ପୁରୁଣା ଆମ୍ବୁଲାନ୍ସକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ।

ସୂଚନାଯୋଗ୍ୟ ଯେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଏଥିରେ ୪୧୯ ଟି ପୁରୁଣା ଆମ୍ବୁଲାନ୍ସ, ୨ ଟି ଦୁର୍ଘଟଣା ରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ। ଏହା ବ୍ୟତୀତ ବାଣିଜ୍ୟ ଏବଂ ପରିବହନ ବିଭାଗରେ ବିମାନବନ୍ଦର/ଏୟାରସ୍ଟ୍ରିପ୍‌ରେ ବ୍ୟବହାର ପାଇଁ ୫ ଟି ଏଏଲ୍‌ଏସ୍‌ ଆମ୍ବୁଲାନ୍ସ ଏବଂ ଝାରସୁଗୁଡ଼ା କାର୍ଡିଆକ୍ କେୟାର୍ ହସ୍ପିଟାଲ୍ ପାଇଁ ୨ ଟି ଏଏଲ୍‌ଏସ୍‌ ଆମ୍ବୁଲାନ୍ସ ବ୍ୟବହାର କରାଯିବ। ରାଜ୍ୟରେ ଦୈନିକ ୫ ହଜାର ରୋଗୀଙ୍କୁ ୧୦୮-ଆମ୍ବୁଲାନ୍ସ ଜରିଆରେ ବିଭିନ୍ନ ହସ୍ପିଟାଲକୁ ନିଆଯାଉଛି।

ଏହି ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ଜରୁରୀକାଳୀନ ଆମ୍ୱୁଲାନ୍ସ ସେବାରେ ଅଧିକ ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ପୁରୁଣା ଆମ୍ବୁଲାନ୍ସ ଗୁଡିକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ଅଣାଯାଉଅଛି। ସ୍ୱାସ୍ଥ୍ୟ ସେବାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆହୁରି ୧୦୮-ଇମାସ୍‌ ଆମ୍ବୁଲାନ୍ସ କ୍ରୟ କରାଯାଇଛି। ୪୨୮ଟି ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ୧୧୧ କୋଟି ଖର୍ଚ୍ଚ କରିଛନ୍ତି। ଆଜି ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ନୂତନ ଜରୁରୀକାଳୀନ ଆମ୍ବୁଲାନ୍ସକୁ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଉଛି। ଅବଶିଷ୍ଟ ନୂତନ ଆମ୍ବୁଲାନ୍ସ ଗୁଡିକୁ ଖୁବଶୀଘ୍ର ଆମ୍ବୁଲାନ୍ସ ସେବାରେ ନିୟୋଜିତ କରାଯିବ, ତାସହିତ ପୁରୁଣା ଏମଜେନ୍ସି ମେଡିକାଲ୍‌ ଆମ୍ବୁଲାନ୍ସ ସର୍ଭିସ୍‌ ବା ଇ-ମାସ୍‌ ଫ୍ଲିଟ୍‌କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Leave A Reply

Your email address will not be published.