ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ

0

କୋରାପୁଟ: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି।

ଏଥିରେ ୬ଜଣ ଡିଏସପି, ୭ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ତଲାସ କରାଯାଉଛି। ଜଗତସିଂହପୁର ଏବଂ କୋରାପୁଟ ଜିଲା ୫ଟି ସ୍ଥାନରେ ଚଢାଉ ହୋଇଛି। ଝାରପଡା ସ୍ଥିତି ଦୁଇଟି ବାସଭବନ, ଜଗତସିଂହପୁର ମୁକୁନ୍ଦପୁର ତାଙ୍କ ପୈତୃକ ଘର, କୋରାପୁଟ ଅନ୍ତର୍ଗତ ସେମିଲୁଗୁଡାରେ ତାଙ୍କର ସରକାରୀ କ୍ୱାର୍ଟର, କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି। ଚଢାଉ ବେଳେ ଭୁବନେଶ୍ୱର ସ୍ଥିତ ବାସଭବନରେ ବିପୁଳ ସୁନା ଗହାଣା, ନଗଦ ଟଙ୍କା ଜବତ ହୋଇଛି।

ଭୁବନେଶ୍ୱରରେ ୨ଟି ବହୁମହଲା କୋଠା, ୭ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୧କିଲୋଗ୍ରାମ ସୁନା, ନଗଦ ୮.୭୦ଲକ୍ଷ ଟଙ୍କା ଠାବ ହୋଇଛି। ନିରଞ୍ଜନଙ୍କ ଘରୁ ଏକ କିଲୋର ସୁନା ଗହଣା, ବ୍ୟାଙ୍କ, ଡାକ ଜମା ଏବଂ ଅନ୍ୟାନ୍ୟ ନିବେଶ ଏବଂ ୧ଚାରି ଚକିଆ ଓ ୩ ଦୁଇ ଚକିଆ ଯାନ ଠାବ ହୋଇଛି।

Leave A Reply

Your email address will not be published.