ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ପୁରୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

0

ପୁରୀ: ପୁରୀ ଜିଲ୍ଲାରେ ପୁଣି ଲଜ୍ଜା। ବ୍ରହ୍ମଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ତାଙ୍କ ଘରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପରିବାରର ଅନ୍ୟ ସଦସ୍ୟମାନେ ଘରେ ଅନିପସ୍ଥିତ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଜୋରଜବରଦସ୍ତ ମହିଳାଙ୍କ ଘରେ ପ୍ରବେଶ କରି ତାଙ୍କୁ ଯୌନ ନିର୍ଯାତନା ଦେଇଥିଲେ।

ମହିଳାଙ୍କ ପରିବାର ଘଟଣା ସମ୍ପର୍କରେ ଜାଣିବା ପରେ ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ, ଯାହା ପରେ ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ପୀଡିତାଙ୍କ ଡାକ୍ତରୀ ପରୀକ୍ଷା କରାଯାଇଛି ଏବଂ ପୋଲିସ କହିଛି ଯେ ଅଧିକ ଆଇନଗତ ପ୍ରକ୍ରିୟା ଜାରି ରହିଛି।

Leave A Reply

Your email address will not be published.