ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପୁରୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

0

ପୁରୀ: ପୁରୀ ଜିଲ୍ଲାରେ ପୁଣି ଲଜ୍ଜା। ବ୍ରହ୍ମଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ତାଙ୍କ ଘରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପରିବାରର ଅନ୍ୟ ସଦସ୍ୟମାନେ ଘରେ ଅନିପସ୍ଥିତ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଜୋରଜବରଦସ୍ତ ମହିଳାଙ୍କ ଘରେ ପ୍ରବେଶ କରି ତାଙ୍କୁ ଯୌନ ନିର୍ଯାତନା ଦେଇଥିଲେ।

ମହିଳାଙ୍କ ପରିବାର ଘଟଣା ସମ୍ପର୍କରେ ଜାଣିବା ପରେ ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ, ଯାହା ପରେ ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ପୀଡିତାଙ୍କ ଡାକ୍ତରୀ ପରୀକ୍ଷା କରାଯାଇଛି ଏବଂ ପୋଲିସ କହିଛି ଯେ ଅଧିକ ଆଇନଗତ ପ୍ରକ୍ରିୟା ଜାରି ରହିଛି।

Leave A Reply

Your email address will not be published.