ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ

0

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଅଲମୋଡା ଜିଲ୍ଲାରୁ ଆସିଛି ଏକ ଦୁଃଖଦ ଖବର। ଉତ୍ତରାଖଣ୍ଡ ରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ସୂଚନା ଅନୁସାରେ, ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା। ଦୁୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳ ଚିତ୍କାର ଏବଂ କାନ୍ଦବୋବାଳିରେ ଫାଟି ପଡିଥିଲା । ଖବର ପାଇ ଏସଡିଆରଏଫ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଭିକିୟାସୈନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଦୁର୍ଘଟଣା ଭିକିୟାସୈନ୍ ବିନାୟକ ଜାଲଲି ମୋଟର ମାର୍ଗର ସିଲାପନି ନିକଟରେ ହୋଇଛି। ସକାଳ 6ଟାରେ ଦ୍ବାରହାଟରୁ ବାହାରିଥିବା ବସଟି ହଠାତ୍ ନିୟନ୍ତ୍ରଣ ହରାଇଥିଲା। ଫଳରେ ବସଟି ଖାଇକୁ ଖସିଯାଇଥିଲା। ତେବେ ବସ କିପରି ନିୟନ୍ତ୍ରଣ ହରାଇଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.