ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ପୁରୀରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

0

ପୁରୀ: ନୂଆବର୍ଷ ପାଇଁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼। ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାର ଶ୍ରଦ୍ଧାଳୁଙ୍କ ଭିଡ଼ ସେଠି ଜମୁଛି। ଯାହାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ତରଫରୁ ବଡ଼ ଘୋଷଣା କରଯାଇଛି। ଇଂରାଜୀ ନବବର୍ଷ ଭିଡକୁ ଦୃଷ୍ଟିରେ ରଖି ତଥା ଭକ୍ତ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। ଆଜି ଠାରୁ ଜାନୁଆରି ୪ ତାରିଖ ପର୍ଯ୍ୟନ୍ତ ପୁରୀର ସମସ୍ତ ଅଫିସରଙ୍କ ଛୁଟିକୁ ବାତିଲ କରାଯାଇଛି।

ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାଳୟରୁ ଜାରି ହୋଇଛି ଏ ନେଇ ଚିଠି। ତେବେ ନୂଆବର୍ଷରେ ବ୍ୟାପକ ସୁରକ୍ଷା ବଳୟରେ ରହିବ ଶ୍ରୀମନ୍ଦିର। ଲକ୍ଷାଧିକ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଆଗମନ ହେବାକୁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶୃଙ୍ଖଳିତ ଦର୍ଶନ ସହ ଭକ୍ତଙ୍କ ସୁରକ୍ଷା ଓ ଟ୍ରାଫିକ୍ ସୁପରିଚାଳନା ପାଇଁ ସହରରେ ୬୦ରୁ ଅଧିକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ସହ ସମଗ୍ର ସହରକୁ ସିସିଟିଭି ବଳୟ ମଧ୍ୟରେ ରଖାଯାଇଛି। ଶ୍ରୀମନ୍ଦିର ଭିତରେ ୧୫୨ଟି ସିସିଟିଭି ଏବଂ ବାହାରେ ୧୯୨ ସିସିଟିଭି ଲଗାଯାଇଛି। ୨ ଜଣ କମାଣ୍ଡାଣ୍ଟ, ୧୩ ଅତିରିକ୍ତ ଏସପି, ୪୩ ଜଣ ଡିଏସପି, ୮୭ ଇନ୍ସପେକ୍ଟର, ୨୪୬ ଏସ୍‌ଆଇ ଏବଂ ଏଏସ୍‌ଆଇ ମୁତୟନ ରହିବେ।

ଭକ୍ତମାନେ ସିଂହଦ୍ଵାର ଦେଇ ପ୍ରବେଶ କରିବାକୁ ଥିବା ବେଳେ ଅନ୍ୟ ତିନି ଦ୍ଵାରରେ ପ୍ରସ୍ଥାନ କରିବେ। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଠାରୁ କରାଯାଇଛି ବ୍ୟାରିକେଡ଼ ବ୍ୟବସ୍ଥା। ବିଭିନ୍ନ ସ୍ଥାନରେ ପୋଲିସ ତରଫରୁ ନାକା ବା ଅବରୋଧ କରାଯାଇଥିବା ବେଳେ ପାର୍କିଂରେ ବି ପୋଲିସ ମୁତୟନ ହୋଇଛନ୍ତି। ୨୪ ଘଣ୍ଟା କାମ କରିବା ପାଇଁ ପ୍ରସ୍ତୁତ ରହିଛି ଇଣ୍ଟିଗ୍ରେଟେଡ ବା ସମନ୍ୱିତ କଣ୍ଟ୍ରୋଲ ରୁମ୍।

Leave A Reply

Your email address will not be published.