ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ

0

ଭୁବନେଶ୍ବର: କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଦିନ କଷ୍ଟମ୍ସ ଅଧିକାରୀମାନେ ବ୍ୟାଗେଜ୍ ଯାଞ୍ଚ ସମୟରେ ପ୍ରାୟ ୪ କୋଟି ଟଙ୍କା ମୂଲ୍ୟର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରିଛନ୍ତି।

ସୂଚନାଅନୁସାରେ, ଯାତ୍ରୀଙ୍କ ଲଗେଜରେ ଦାମୀ ଚୋରା ଦ୍ରବ୍ୟ ଲୁଚାଇ ରଖାଯାଇଥିଲା। ଇଣ୍ଡିଗୋ ବିମାନରେ ବ୍ୟାଙ୍କକ୍ ରୁ ଆସିଥିବା ଉକ୍ତ ଯାତ୍ରୀଙ୍କୁ ପଚରାଉଚରା ପାଇଁ ଅଟକ ରଖାଯାଇଛି। ତେବେ ତଦନ୍ତକାରୀମାନେ ଅନ୍ତର୍ଜାତୀୟ ଡ୍ରଗ୍ସ ସିଣ୍ଡିକେଟ୍ ସହିତ ସମ୍ଭାବ୍ୟ ଲିଙ୍କ ଯାଞ୍ଚ କରୁଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ଜବତ ଡ୍ରଗ୍ସଗୁଡ଼ିକ ଜିରୋ ନାଇଟ୍ ସେଲିବ୍ରେସନ୍ ଓ ନୂଆ ବର୍ଷକୁ ଦୃଷ୍ଟିରେ ରଖି ଚାଲାଣ ହେଉଥିବା ସନ୍ଦେହ କରାଯାଉଛି।

Leave A Reply

Your email address will not be published.