ପ୍ରମୁଖ ଖବର

ରାଲି ଯୋଗୁଁ ଟ୍ରାଫିକ୍ ଜାମ ଦେଖି ମନ୍ତ୍ରୀଙ୍କ ଉପରେ ଗର୍ଜିଲେ ମହିଳା
ରାସନ ଦୁର୍ନୀତି ମାମଲା: ଇଡି କାର୍ଯ୍ୟାଳୟରେ ହାଜର ହେଲେ ନୁସରତ ଜାହାନ
ଭୁବନେଶ୍ୱରରୁ ତିରୁପତି-ଶିରିଡ଼ି ସହ ୧୦ ରୁଟ୍‌ରେ ଉଡ଼ିବ ବିମାନ
ପଶ୍ଚିମବଙ୍ଗରେ ଖାତା ଖୋଲିପାରିବନି କଂଗ୍ରେସ : ଅମିତ ଶାହ
ଭାରତ ଆସୁଥିବା ଜାହାଜକୁ ଟାର୍ଗେଟ: ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ଗୁଳିମାଡ଼
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି :ରାଜସ୍ୱ ମନ୍ତ୍ରୀ
ଖଡଗେଙ୍କ ବିବାଦୀୟ ଟିପ୍ପଣୀ ପରେ ନିର୍ବାଚନ ଆୟୋଗର ନୋଟିସ୍‌
ମତଦାନ ପୂର୍ବରୁ ପଶ୍ଚିମବଙ୍ଗରେ କଡା କଟକଣା, ବାଇକ୍ ଚଳାଚଳରେ ନିଷେଧ
ହର୍ମୁଜ୍ ଉତ୍ତେଜନା ମଧ୍ୟରେ ସୁରକ୍ଷିତ ଭାବେ ଭାରତ ପହଞ୍ଚିଲା “ଦେଶ ଗାରିମା” ତୈଳ ଟ୍ୟାଙ୍କର୍

ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ

0

୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ବଡଦାଣ୍ଡ ବଳଗଣ୍ଡି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ସ୍କୁଟି ଧକ୍କାରେ ୫ବର୍ଷୀୟ ନାବାଳକର ମୃତ୍ୟୁ ହୋଇଛି। ଅନ୍ୟ ୨ଗୁରୁତର ପୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି।

ଆଜି ସକାଳୁ ବଡଦାଣ୍ଡରେ ଜେଜେ ଓ ତାଙ୍କ ପାଞ୍ଚ ବର୍ଷୀୟ ନାତି ଅନ୍ୟ ଜଣେ ନାବାଳକ ସ୍କୁଟିରେ ଜଳଖିଆ କିଣିବାକୁ ବଳଗଣ୍ଡି ଛକକୁ ଆସିଥିଲେ। ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା। ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ। ଏହା ଦେଖି ଲୋକମାନେ ହୋହାଲ୍ଲା କରିବାରୁ ବୋଲେରୋ ଡ୍ରାଇଭର ଫେରାର ହେବାକୁ ଯାଉଥିବା ବେଳେ ଲୋକମାନେ ତାଙ୍କୁ କାବୁ କରିଥିଲେ। ସାଙ୍ଗେ ସାଙ୍ଗେ ସ୍ଥାନୀୟ ଲୋକ ପିଲାଟିକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଯାଇଥିଲେ। ହେଲେ ପିଲାଟିକୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ପହଞ୍ଚି ତଦନ୍ତ କରୁଛି।

ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି। ନ୍ୟାୟ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏସ୍‌ପି ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି। ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି।

Leave A Reply

Your email address will not be published.