ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ

0

ନୀଳଗିରି: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ। କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ହୋଇଛି। ୭୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ଓଡ଼ିଶା ବିଧାନସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ। ନୀଳଗିରି କାହାଳିଆ ସ୍ଥିତ ବାସଭବନରେ ହିଁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।

ନୀଳଗିରି ଆସନରୁ ଦୁଇ ଥର ବିଧାୟକ ହୋଇଥିଲେ ଅକ୍ଷୟ। ସେ ୧୯୮୦-୮୫ ଏବଂ ୧୯୯୦-୯୫ ଯାଏଁ ବିଧାୟକ ଥିଲେ। ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ କଂଗ୍ରେସ ଯୋଗ ଦେଇଥିଲେ। ଅକ୍ଷୟ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଇନ୍ଦିରା କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ।

ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୪୮ ମସିହାର ଜୁଲାଇ ମାସ ୨୬ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଅର୍ଜୁନ ଆଚାର୍ଯ୍ୟ । ସେ କଳାରେ ସ୍ନାତକ କରିଥିଲେ। ପରେ ସେ ଓକିଲାତି ପଢ଼ିଥିଲେ ଏବଂ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ଅକ୍ଷୟଙ୍କର ପତ୍ନୀଙ୍କ ନାମ ଜୟନ୍ତୀ ଆଚାର୍ଯ୍ୟ। ତାଙ୍କର ୪ଜଣ ସନ୍ତାନ ଅଛନ୍ତି।

Leave A Reply

Your email address will not be published.