ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ

0

ନୀଳଗିରି: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ। କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ହୋଇଛି। ୭୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ଓଡ଼ିଶା ବିଧାନସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ। ନୀଳଗିରି କାହାଳିଆ ସ୍ଥିତ ବାସଭବନରେ ହିଁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।

ନୀଳଗିରି ଆସନରୁ ଦୁଇ ଥର ବିଧାୟକ ହୋଇଥିଲେ ଅକ୍ଷୟ। ସେ ୧୯୮୦-୮୫ ଏବଂ ୧୯୯୦-୯୫ ଯାଏଁ ବିଧାୟକ ଥିଲେ। ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ କଂଗ୍ରେସ ଯୋଗ ଦେଇଥିଲେ। ଅକ୍ଷୟ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଇନ୍ଦିରା କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ।

ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୪୮ ମସିହାର ଜୁଲାଇ ମାସ ୨୬ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଅର୍ଜୁନ ଆଚାର୍ଯ୍ୟ । ସେ କଳାରେ ସ୍ନାତକ କରିଥିଲେ। ପରେ ସେ ଓକିଲାତି ପଢ଼ିଥିଲେ ଏବଂ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ଅକ୍ଷୟଙ୍କର ପତ୍ନୀଙ୍କ ନାମ ଜୟନ୍ତୀ ଆଚାର୍ଯ୍ୟ। ତାଙ୍କର ୪ଜଣ ସନ୍ତାନ ଅଛନ୍ତି।

Leave A Reply

Your email address will not be published.