ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ ଦକ୍ଷତା କେନ୍ଦ୍ର ଶୁଭାରମ୍ଭ କଲେ ରାଷ୍ଟ୍ରପତି

0

ନୁଆଦିଲ୍ଲୀ: ରାଇରଙ୍ଗପୁରରେ ଆଜି ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ଆଞ୍ଚଳିକ ଓ ଦକ୍ଷତା କେନ୍ଦ୍ର ଲୋକାର୍ପଣ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ଚୁଆଲ ମୋଡରେ ଇଗ୍ନୋ ସେଣ୍ଟରର ଉଦ୍‌ଘାଟନ କରିଛନ୍ତି। ଏହା ଅଞ୍ଚଳର ଲୋକଙ୍କ ପାଇଁ ଉଚ୍ଚମାନର ଶିକ୍ଷା ଏବଂ ଶିକ୍ଷଣ ସହାୟତାକୁ ସୁଲଭ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ରାଷ୍ଟ୍ରପତି କହିଛନ୍ତି।

ଏହି ଅବସରରେ ସେ କହିଛନ୍ତି ଯେ, ରାଇରଙ୍ଗପୁରରେ ଇଗ୍ନୋର ଏହି ନୂତନ କେନ୍ଦ୍ର ପ୍ରତିଷ୍ଠା ଦ୍ୱାରା ସମାଜରେ ରୋଜଗାର ଓ ଉଦ୍ୟମିତା ବୃଦ୍ଧି ପାଇବ। ପ୍ରଥମ ଥର ପାଇଁ ଇଗ୍ନୋ ମାଧ୍ୟମରେ ଶିକ୍ଷା ସହିତ ଦକ୍ଷତା ଶିକ୍ଷା ପ୍ରଦାନ କରାଯିବ, ଯାହା ଏକ ବଡ଼ ପରିବର୍ତ୍ତନ ଆଣିବ। ରାଷ୍ଟ୍ରପତି ଜଣେ ଶିକ୍ଷୟିତ୍ରୀ ଭାବେ ନିଜ ଜୀବନର ମୂଲ୍ୟବୋଧ ଓ ସମ୍ମାନର ପରିଚୟ ଦେଇଛନ୍ତି । ତାଙ୍କ ମାର୍ଗଦର୍ଶନରେ ଏହି କେନ୍ଦ୍ରଗୁଡ଼ିକ ସମାଜର ଅନ୍ତିମ ଶ୍ରେଣୀରେ ଥିବା ଲୋକମାନଙ୍କୁ ବିଶେଷ ଭାବେ ଉପକୃତ କରିବ। ମୟୂରଭଞ୍ଜର ପ୍ରାକୃତିକ ସମ୍ପଦ ଓ ଶ୍ରମଶକ୍ତିର ସଠିକ୍ ବିନିଯୋଗ ପାଇଁ ସ୍ଥାନୀୟ ଜନଜାତି ଓ ଗ୍ରାମୀଣ ଜନସାଧାରଣଙ୍କୁ ଏଆଇ ଏବଂ ଆଧୁନିକ ଟେକ୍ନୋଲୋଜି ସହିତ ଯୋଡ଼ାଯିବ । ଏହା ସେମାନଙ୍କ କ୍ଷମତା ବୃଦ୍ଧି କରିବାରେ ସହାୟକ ହେବ।

ସମାବେଶକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଥିଲେ ଯେ, କୃତ୍ରିମ ବୁଦ୍ଧିମତା ଶିକ୍ଷା, କାର୍ଯ୍ୟ, ସେବା ପ୍ରଦାନ ଏବଂ ସମସ୍ୟା ସମାଧାନକୁ ପରିବର୍ତ୍ତନ କରି ବିଶ୍ୱର ଅର୍ଥନୀତି ଏବଂ ସମାଜକୁ ପୁନଃଆକୃତି ଦେଉଛି। ସେ ଭାରତ ପାଇଁ, ବିଶେଷକରି ଦେଶର ଯୁବ ଜନସଂଖ୍ୟାକୁ ଦୃଷ୍ଟିରେ ରଖି କୃତ୍ରିମ ବୁଦ୍ଧିମତାକୁ ଏକ ପ୍ରମୁଖ ସୁଯୋଗ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାକୁ ସକାରାତ୍ମକ ପରିବର୍ତ୍ତନ ପାଇଁ ଏକ ଶକ୍ତି ଭାବରେ ବ୍ୟବହାର କରାଯିବା ଉଚିତ ବୋଲି ଗୁରୁତ୍ୱାରୋପ କରିଥିଲେ।

Leave A Reply

Your email address will not be published.