ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେଓ୍ବାଇସି ସମୟ ସୀମା

0

ଭୁବନେଶ୍ବର: ରାସନକାର୍ଡକୁ ନେଇ ବଡ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେୱାଇସି ଇ-କେୱାଇସି ସମୟ ସୀମା। ଡିସେମ୍ବର ୩୧ ତାରିଖ ଦିନ ଇ-କେୱାଇସି ଅବଧି ଶେଷ ହେଉଥିବା ବେଳେ, ଏହାର ଅବଧିକୁ ଆହୁରି ୨ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ସୂଚନା ଦେଲେ ଯୋଗାଣ ମନ୍ତ୍ରୀ।

ଯୋଗାଣ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଲୋକଙ୍କ ଇ-କେୱାଇସି ଶେଷ ହୋଇଛି। ରାଜ୍ୟରେ ୩ କୋଟି ୨୫ ଲକ୍ଷ ୫୧ ହଜାର ୭୭୩ ଜଣ ହିତାଧିକାରୀଙ୍କ ଇ-କେୱାଇସି କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ । ଏବେ ଯାଏଁ ୮ ଲକ୍ଷ ରାସନ କାର୍ଡ ବାଣ୍ଟି ସାରିଲେଣି ସରକାର।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩ ଲକ୍ଷରୁ ଅଧିକ ରାସନ କାର୍ଡ ହିତାଧିକାରୀ ନିଜର ଇ-କେୱାଇସି କରିନାହାନ୍ତି। ତେବେ ଇ-କେୱାଇସି କରି ନଥିବା ହିତାଧିକାରୀ ପୂର୍ବଭଳି ରାସନ ସାମଗ୍ରୀ ପାଇବା ଜଣାପଡ଼ିଛି।

Leave A Reply

Your email address will not be published.