ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେଓ୍ବାଇସି ସମୟ ସୀମା

0

ଭୁବନେଶ୍ବର: ରାସନକାର୍ଡକୁ ନେଇ ବଡ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେୱାଇସି ଇ-କେୱାଇସି ସମୟ ସୀମା। ଡିସେମ୍ବର ୩୧ ତାରିଖ ଦିନ ଇ-କେୱାଇସି ଅବଧି ଶେଷ ହେଉଥିବା ବେଳେ, ଏହାର ଅବଧିକୁ ଆହୁରି ୨ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ସୂଚନା ଦେଲେ ଯୋଗାଣ ମନ୍ତ୍ରୀ।

ଯୋଗାଣ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଲୋକଙ୍କ ଇ-କେୱାଇସି ଶେଷ ହୋଇଛି। ରାଜ୍ୟରେ ୩ କୋଟି ୨୫ ଲକ୍ଷ ୫୧ ହଜାର ୭୭୩ ଜଣ ହିତାଧିକାରୀଙ୍କ ଇ-କେୱାଇସି କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ । ଏବେ ଯାଏଁ ୮ ଲକ୍ଷ ରାସନ କାର୍ଡ ବାଣ୍ଟି ସାରିଲେଣି ସରକାର।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩ ଲକ୍ଷରୁ ଅଧିକ ରାସନ କାର୍ଡ ହିତାଧିକାରୀ ନିଜର ଇ-କେୱାଇସି କରିନାହାନ୍ତି। ତେବେ ଇ-କେୱାଇସି କରି ନଥିବା ହିତାଧିକାରୀ ପୂର୍ବଭଳି ରାସନ ସାମଗ୍ରୀ ପାଇବା ଜଣାପଡ଼ିଛି।

Leave A Reply

Your email address will not be published.