ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ସୋଆ ଆଇଡିଏସ୍ ପକ୍ଷରୁ ହ୍ୱାଇଟ କୋଟ ନ୍ୟୁ ଇୟର ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍‌ସେସ୍ (ଆଇଡିଏସ୍‌) ପକ୍ଷରୁ ଗୁରୁବାର ନୂଆବର୍ଷ ପାଳନ ସହ ହ୍ୱାଇଟ କୋଟ ନୂଆବର୍ଷ ଶପଥ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ୱଳନ ସହ ଆସିଷ୍ଟାଂଟ ପ୍ରଫେସର ସୌମ୍ୟରଞ୍ଜନ ପାଢ଼ି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଅନୁଷ୍ଠାନର ଡିନ୍ ପ୍ରଫେସର (ଡାକ୍ତର) ରୁଚି ଭୂୟାଁ ନୂଆବର୍ଷ ଅବସରରେ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହନ ପ୍ରଦାନ କରିବା ସହ ହ୍ୱାଇଟ କୋଟକୁ ଦାୟିତ୍ୱ ଏବଂ ସତ୍ୟତାର ପ୍ରତୀକ ବୋଲି ନିଜ ବକ୍ତବ୍ୟରେ କହିଥିଲେ। ନିଜ ବୃତିକୁ ଉତ୍ସର୍ଗୀକୃତ ଓ ନୈତିକତାର ସହ ପାଳନ କରିବାକୁ ସେ ଆହ୍ୱାନ ଦେଇଥିଲେ। ଅନୁଷ୍ଠାନରେ ପ୍ରଥମ ଥର ପାଇଁ ନୂଆବର୍ଷରେ ହ୍ୱାଇଟକୋଟ ନୂଆବର୍ଷ ଶପଥ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ବେଳେ ଏହାକୁ ଏକ ବାର୍ଷିକ ପ୍ରଥା ଭାବେ ପାଳନ କରାଯିବ ବୋଲି ଡିନ୍ କହିଥିଲେ।

ଏହି ଅବସରରରେ ସମସ୍ତ ବିଭାଗୀୟ ମୁଖ୍ୟ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମ ଶେଷରେ ପ୍ରଫେସର ପାଢ଼ି ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ ଫ୍ୟାକଲ୍ଟି ମେମ୍ବର୍ସ, ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀ ଏବଂ ଇନଟର୍ଣ୍ଣ ଛାତ୍ରଛାତ୍ରୀ ଶପଥ ଗ୍ରହଣ କରିଥିଲେ।

Leave A Reply

Your email address will not be published.