ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ

0

ସମ୍ବଲପୁର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା। ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ। ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ।

ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ। ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି। ଦେବ୍ରିଗଡ଼ରେ ବ୍ୟାଘ୍ର ଆଣିବା ପାଇଁ ସ୍ଥାନୀୟ ଲୋକଙ୍କ ସହଯୋଗ ଦରକାର ରହିଛି। ଆମେ ସେମାନଙ୍କ ସହ ଆଲୋଚନା ଜାରି ରଖିଛୁ ବୋଲି ମନ୍ତ୍ରୀ କହିଛନ୍ତି।

ପୂର୍ବରୁ ଶିମିଳିପାଳକୁ ଯମୁନା ଏବଂ ଜିନତକୁ ଅଣାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ ବଂଶବୃଦ୍ଧିରେ ଆମକୁ ସଫଳତା ମିଳିପାରିନି। ସେମାନେ ସୁରକ୍ଷିତ ଅଛନ୍ତି। ବଂଶବୃଦ୍ଧି ନେଇ ଭାଗ୍ୟ ଆମକୁ ସାଥ ଦେଇନି। ବଂଶବୃଦ୍ଧି ନେଇ ପ୍ରୟାସ ଜାରି ରହିଛି। ଜିପିଏସ ଟ୍ରାକିଂ କରାଯାଉଛି। କ୍ୟାମେରା ମାଧ୍ୟମରେ ମନିଟରିଂ ମଧ୍ୟ ଜାରି ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.