ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ

0

ସମ୍ବଲପୁର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା। ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ। ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ।

ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ। ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି। ଦେବ୍ରିଗଡ଼ରେ ବ୍ୟାଘ୍ର ଆଣିବା ପାଇଁ ସ୍ଥାନୀୟ ଲୋକଙ୍କ ସହଯୋଗ ଦରକାର ରହିଛି। ଆମେ ସେମାନଙ୍କ ସହ ଆଲୋଚନା ଜାରି ରଖିଛୁ ବୋଲି ମନ୍ତ୍ରୀ କହିଛନ୍ତି।

ପୂର୍ବରୁ ଶିମିଳିପାଳକୁ ଯମୁନା ଏବଂ ଜିନତକୁ ଅଣାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ ବଂଶବୃଦ୍ଧିରେ ଆମକୁ ସଫଳତା ମିଳିପାରିନି। ସେମାନେ ସୁରକ୍ଷିତ ଅଛନ୍ତି। ବଂଶବୃଦ୍ଧି ନେଇ ଭାଗ୍ୟ ଆମକୁ ସାଥ ଦେଇନି। ବଂଶବୃଦ୍ଧି ନେଇ ପ୍ରୟାସ ଜାରି ରହିଛି। ଜିପିଏସ ଟ୍ରାକିଂ କରାଯାଉଛି। କ୍ୟାମେରା ମାଧ୍ୟମରେ ମନିଟରିଂ ମଧ୍ୟ ଜାରି ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.