ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ

0

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଗୁରୁବାର ସାରା ଓଡ଼ିଶାରେ ଆନ୍ଦୋଳନରତ ଡାକ୍ତରମାନେ ନିଜ ଆନ୍ଦୋଳନରୁ ଓହରିଛନ୍ତି। ଯାହା ଫଳରେ କାଲିଠୁ ସ୍ଵାଭାବିକ ଭାବେ ଚାଲିବ ଓପିଡି ସେବା।

ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (ଓମସା) ଅଧୀନରେ ବିଭିନ୍ନ ଦାବି ନେଇ ସରକାରୀ ଡାକ୍ତରମାନେ ପ୍ରତିବାଦ କରୁଥିଲେ। ତେବେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ବିସ୍ତୃତ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଡାକ୍ତରମାନଙ୍କ ଦ୍ୱାରା କରାଯାଇଥିବା ଦାବିଗୁଡ଼ିକୁ ଯାଞ୍ଚ କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇସାରିଛି ବୋଲି କହିଛନ୍ତି ମନ୍ତ୍ରୀ। ଉକ୍ତ କମିଟି ଦାବିଗୁଡ଼ିକୁ ପୁଙ୍ଖାନୁପୁଙ୍ଖ ଭାବରେ ଯାଞ୍ଚ କରିବ ଏବଂ ଖୁବ୍ ଶୀଘ୍ର ସରକାରଙ୍କୁ ଏକ ରିପୋର୍ଟ ପ୍ରଦାନ କରିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଡାକ୍ତରମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ କମିଟିର ସୁପାରିଶଗୁଡ଼ିକୁ କାର୍ଯ୍ୟକାରୀ କରାଯିବ। ଏହି ପ୍ରତିଶ୍ରୁତି ପରେ ଡାକ୍ତରମାନେ ଧର୍ମଘଟ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.