୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଜରଡାରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହି ଦୁଇ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ୪ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ରାହୁଲ ନାଏକ ଏବଂ ପିତା ପଞ୍ଚ ନାଏକଙ୍କର ପ୍ରାଣହାନି ଘଟିଥିବା ଖବର ଜାଣି ଗଭୀର ଶୋକ ପ୍ରକାଶ କରୁଛି।