ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

କମିବନି ଭକ୍ତ ନିବାସ ପାର୍କିଂ ଫି, ୫୦୦ ଟଙ୍କା ରହିବ:ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

0

ପୁରୀ: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି, ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆ ଯାଉଛି। ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ ଆସୁନାହାନ୍ତି। ଯେଉଁମାନେ ଚାରିଚକିଆ ଗାଡ଼ି ଆଣି ଆସୁଛନ୍ତି ସେମାନେ ଦିନକୁ ୫୦୦ଟଙ୍କା ପାର୍କିଂ ଫି ଦେବେ। ଅନ୍ୟ ବାହାର ଲୋକ ଭକ୍ତ ନିବାସରେ ଗାଡ଼ି ପାର୍କିଂ କରିପାରିବେ ନାହିଁ। ଅନ୍ୟ ପାର୍କିଂ ସ୍ଥଳରେ ୨୪୦ ଟଙ୍କା ଦେଇ ଗାଡ଼ି ପାର୍କିଂ କରୁଛନ୍ତି ଯାତ୍ରୀ। ଭକ୍ତମାନେ ଚାହିଁଲେ ଅନ୍ୟ ପାର୍କିଂ ସ୍ଥଳରେ ଗାଡ଼ି ରଖି ଭକ୍ତ ନିବାସରେ ରହି ପାରିବେ।

ଜାନୁଆରୀ ୭ ତାରିଖରୁ ପୁରୀର ସମସ୍ତ ଚାରୋଟି ଭକ୍ତ ନିବାସରେ ପ୍ରଥମ ଥର ପାଇଁ ଏହି ପାର୍କିଂ ଫି ଲାଗୁ ହୋଇଛି। ଶ୍ରଦ୍ଧାଳୁମାନେ ନିଜର ଚାରିଚକିଆ ଯାନ ପାଇଁ ୨୪ ଘଣ୍ଟାକୁ ୫୦୦ ଟଙ୍କା ପାର୍କିଂ ଶୁଳ୍କ ଦେବାକୁ ପଡ଼ିବ। ଏହି ୫୦୦ ଟଙ୍କା ମଧ୍ୟରେ ୧୮ ପ୍ରତିଶତ ଜିଏସଟି ଅନ୍ତର୍ଭୁକ୍ତ କରାଯାଇଛି।

Leave A Reply

Your email address will not be published.