ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ପାଉଁଜି, ଶାଢ଼ୀ, ଚୁଡ଼ି

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଆର୍ଥିକ ସହାୟତା ସହିତ ସରକାର ଉପହାର ମଧ୍ୟ ଦେବେ। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଯୋଗ୍ୟ କନ୍ୟାଙ୍କୁ ଉପହାର ପ୍ରଦାନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନସ୍ଥ ଉତ୍କଳିକା, ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି।

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ସ୍ବାକ୍ଷରିତ ଏହି ବୁଝାମଣାପତ୍ର ମାଧ୍ୟମରେ ଉତ୍କଳିକା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଯୋଗ୍ୟ କନ୍ୟାଙ୍କୁ ଉପହାର ସାମଗ୍ରୀ ଯଥା ଶାଢୀ, ଚୁଡ଼ି, ପାଉଁଜି, ଝୁଣ୍ଟିଆ, ଅଳତା, ସିନ୍ଦୂର ସମେତ ସମସ୍ତ ଶୃଙ୍ଗାର ସାମଗ୍ରୀ ସହ ବାସନକୁସନ ଭଳି ଘରୋଇ ବ୍ୟବହାର ସାମଗ୍ରୀ ଯୋଗାଇବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ସହଯୋଗ ଦ୍ୱାରା ମହିଳା କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖରେ ପହଞ୍ଚିବା ସହ ରାଜ୍ୟର ହସ୍ତଶିଳ୍ପ ଓ ହସ୍ତକଳା କ୍ଷେତ୍ରକୁ ମଧ୍ୟ ପ୍ରୋତ୍ସାହନ ମିଳିବ। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଯୋଗ୍ୟ କନ୍ୟାଙ୍କୁ ବିବାହ ପଞ୍ଜୀକରଣର ୭ ଦିନ ପରେ ୩୫ ହଜାର ଟଙ୍କା ଆକାଉଣ୍ଟକୁ ଦିଆଯିବ। ଏହା ବ୍ୟତୀତ ଉପହାର ପାଇଁ ୧୦ ହଜାର ଟଙ୍କା ଏବଂ ସାଜସଜ୍ଜା ପାଇଁ ୬ ହଜାର ଟଙ୍କା ଦେବାର ବ୍ୟବସ୍ଥା ରହିଛି।

ଏହି ଏମ୍ଓୟୁ ସ୍ୱାକ୍ଷର କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିର୍ଦ୍ଦେଶିକା ନିବେଦିତା ପୃଷ୍ଟିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହି ବୁଝାମଣାପତ୍ର ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବ ସୁମିତ୍ରା ପଟ୍ଟନାୟକ ଓ ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ମମତା ନାୟକଙ୍କ ମଧ୍ୟରେ ସ୍ୱାକ୍ଷରିତ ହେଇଛି।

Leave A Reply

Your email address will not be published.