ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ସମ୍ବଲପୁରରେ ମେଗା ପାନୀୟ ଜଳ ପ୍ରକଳ୍ପ ଶିଳାନ୍ୟାସ

0

ସମ୍ବଲପୁର: ସମ୍ବଲପୁର ସହରବାସୀ ପାଇବେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ। ରାଜକୋଷରୁ ୪୫୧.୨୪ କୋଟି ଟଙ୍କା ବ୍ୟୟ ବରାଦରେ ନିର୍ମାଣ ହେବ ବୃହତ୍‌ ପାନୀୟ ଜଳ ପ୍ରକଳ୍ପ। ଆଜି(ରବିବାର) ସମ୍ବଲପୁର ସହର ଉପକଣ୍ଠ ଜମାଦାରପାଲି ସ୍ଥିତ ଟିପୁପଡା ଠାରେ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ ଓପିଡି ବିଲଡିଂର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ l ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି।

ଟ୍ରମା କେୟାର ସେଣ୍ଟର ଓ ଓପିଡି ନିର୍ମାଣ ପାଇଁ ସରକାର ପକ୍ଷରୁ ମୋଟ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏହା ମାଧ୍ୟମରେ ଦୁର୍ଘଟଣାଗ୍ରସ୍ତ ରୋଗୀମାନଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା ସୁବିଧା ମିଳିପାରିବ। ଏହା ସହିତ ଡାକ୍ତରଖାନା ପରିସରରେ ୨ କୋଟି ୫୩ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ CSSD (Central Sterile Supply Department) ବିଲ୍‌ଡିଙ୍ଗର ମଧ୍ୟ ଉଦ୍‌ଘାଟନ କରାଯାଇଛି। ଏଠାରେ ଆଧୁନିକ ପ୍ରଣାଳୀ ମାଧ୍ୟମରେ ବିଭିନ୍ନ ଚିକିତ୍ସା ସାମଗ୍ରୀ ଓ ଇକ୍ୟୁପ୍‌ମେଣ୍ଟକୁ ସଫା ଓ ଷ୍ଟେରିଲାଇଜ୍ କରାଯିବ।

ରାଜ୍ୟରେ ସମୁଦାୟ ୮୯ଟି ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଖୋଲିବାକୁ ପଦକ୍ଷେପ ନିଆଯାଉଛି। ଏହାଦ୍ୱାରା ଦୁର୍ଘଟଣା ଜନିତ ମୃତ୍ୟୁ ଓ କ୍ଷୟକ୍ଷତି ସଂଖ୍ୟା କମିବା ସହ ଆହତମାନେ ଠିକ୍ ସମୟରେ ଉତ୍ତମ ଚିକିତ୍ସା ପାଇପାରିବେ। ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ରାଜ୍ୟ ସରକାର ବିଭିନ୍ନ ଡାକ୍ତରଖାନାକୁ ଅପଗ୍ରେଡ୍ କରୁଥିବା ବେଳେ ଆଜି ସମ୍ବଲପୁର ଡାକ୍ତରଖାନାର ନୂଆ ଓପିଡି ବିଲ୍‌ଡିଙ୍ଗ ଉଦ୍‌ଘାଟନ ମଧ୍ୟ ଏହାର ଏକ ଅଂଶ। ଏହି ସମସ୍ତ ନୂଆ ସ୍ୱାସ୍ଥ୍ୟ ଭିତ୍ତିଭୂମି ଦ୍ୱାରା ସମ୍ବଲପୁର ଜିଲ୍ଲାବାସୀଙ୍କୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୁଣାତ୍ମକ ଓ ଆଧୁନିକ ସେବା ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ନାଉରି ନାଏକ, ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.