ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ବୀର କିଶୋର ସରାପଙ୍କ ପରଲୋକ

0

ଭୁବ‌ନେଶ୍ବର: ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପ। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କର ଗୋଟିଏ ପୁଅ ଏବଂ ଦୁଇଟି ଝିଅ ଅଛନ୍ତି। ପୂର୍ବରୁ ତାଙ୍କ ପତ୍ନୀଙ୍କର ବିୟୋଗ ଘଟିଥିଲା ।

ପ୍ରଫେସର ସରାପ ବହୁବର୍ଷ ଧରି ଆଇଆଇଟି ଖଡ଼ଗପୁରର ବୈଦ୍ୟୁତିକ ଏବଂ ଇଲେକ୍ଟ୍ରୋନିକ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଭାବରେ କାର୍ଯ୍ୟ କରିଥିଲେ। ସେ ଡିଆର୍‌ଡିଓ ଦ୍ୱାରା ବିକଶିତ ଅଗ୍ନି କ୍ଷେପଣାସ୍ତ୍ରର କିଛି ଉପାଦାନର ଡିଜାଇନ୍ ସହିତ ମଧ୍ୟ ଜଡିତ ଥିଲେ। ସ୍ୱର୍ଗତଃ ସରାପ ପୂର୍ବରୁ ବୁର୍ଲାରେ ୟୁନିଭର୍ସିଟି କଲେଜ ଅଫ୍ ଇଞ୍ଜିନିୟରିଂ (ବର୍ତମାନ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି)ର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।

Leave A Reply

Your email address will not be published.