ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ବୀର କିଶୋର ସରାପଙ୍କ ପରଲୋକ

0

ଭୁବ‌ନେଶ୍ବର: ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପ। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କର ଗୋଟିଏ ପୁଅ ଏବଂ ଦୁଇଟି ଝିଅ ଅଛନ୍ତି। ପୂର୍ବରୁ ତାଙ୍କ ପତ୍ନୀଙ୍କର ବିୟୋଗ ଘଟିଥିଲା ।

ପ୍ରଫେସର ସରାପ ବହୁବର୍ଷ ଧରି ଆଇଆଇଟି ଖଡ଼ଗପୁରର ବୈଦ୍ୟୁତିକ ଏବଂ ଇଲେକ୍ଟ୍ରୋନିକ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଭାବରେ କାର୍ଯ୍ୟ କରିଥିଲେ। ସେ ଡିଆର୍‌ଡିଓ ଦ୍ୱାରା ବିକଶିତ ଅଗ୍ନି କ୍ଷେପଣାସ୍ତ୍ରର କିଛି ଉପାଦାନର ଡିଜାଇନ୍ ସହିତ ମଧ୍ୟ ଜଡିତ ଥିଲେ। ସ୍ୱର୍ଗତଃ ସରାପ ପୂର୍ବରୁ ବୁର୍ଲାରେ ୟୁନିଭର୍ସିଟି କଲେଜ ଅଫ୍ ଇଞ୍ଜିନିୟରିଂ (ବର୍ତମାନ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି)ର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।

Leave A Reply

Your email address will not be published.