ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ

0

ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାରେ ଏନକାଉଣ୍ଟର। ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଘଟି ଦୁଇ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରେ ଟପ୍ ମାଓନେତା ପାପା ରାଓ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଏବେ ମଧ୍ୟ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି।

ଡିଆଜି, ଏସଟିଏଫ୍ ଏବଂ ସିଆରପିଏଫ୍ କୋବ୍ରା ଜବାନଙ୍କୁ ଅପରେସନ ବେଳେ ଏହି ସଫଳତା ମିଳିଛି। ବିଜାପୁର ଜିଲ୍ଲାରେ ମାଓବାଦୀମାନେ ପୁଣି ସକ୍ରିୟ ହେବା ନେଇ ବିଶେଷ ସୂତ୍ରରୁ ଖବର ମିଳିବା ପରେ ଡିଆଜି, ଏସଟିଏଫ୍ ଏବଂ ସିଆରପିଏଫ୍ କୋବ୍ରା ଜବାନ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।
ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳି ଚାଳନା ଆରମ୍ଭ କରିଦେଇଥିଲେ। ଏହାର ପାଲଟା ଯବାବ ଦେଇଥିଲେ ସୁରକ୍ଷାକର୍ମୀ। ଉଭୟଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ମାଓବାଦୀ ନିହତ ହୋଇଥିବାବେଳେ, ଯବାନ ମାନେ ସୁରକ୍ଷିତ ଥିବା ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ।

Leave A Reply

Your email address will not be published.