ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

0

ରାଉରକେଲା: ରାଉରକେଲା ବିମାନ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁଶାନ୍ତ ବିଶ୍ୱାଳ। ସ୍ଥାନୀୟ ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

ସୂଚନାଥାଉକି,ଗତ ଶନିବାର(୧୦ ତାରିଖ) ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ସିଟ୍ ବିଶିଷ୍ଟ ଇଣ୍ଡିଆ ଓ୍ବାନ୍‌ ଏୟାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଜଲଦା କାଏଁସର ଗ୍ରାମର ଏକ ପଡ଼ିଆ ନିକଟରେ ଏହି ଦୁର୍ଘଟଣା ହୋଇଥିଲା। ଯାନ୍ତ୍ରିଙ୍କ ତ୍ରୁଟି ଯୋଗୁଁ ବିମାନର ପାଇଲଟ ବିମାନଟିକୁ ଏହି ପଡ଼ିଆରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବାବେଳେ ପଡ଼ିଆରେ ଓହଳିଥିବା ଏକ ବିଦ୍ୟୁତ ତାରରେ ବିମାନର ପଛ ଅଂଶ ଛନ୍ଦି ହୋଇଯିବାରୁ ବିମାନଟି ଘୋଷାଡ଼ି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଏହି ଦୁର୍ଘଟଣାରେ ପାଇଲଟଙ୍କ ସହ ୬ ଆହତ ହୋଇଥିଲେ। ୪ ଜଣ ଯାତ୍ରୀ ଓ ୨ ଜଣ କ୍ରିଉ ସଦସ୍ୟ ଥିଲେ। ଆହତ ୪ ଜଣ ଯାତ୍ରୀଙ୍କ ମଧ୍ୟରେ ସୁଶାନ୍ତ କୁମାର ବିଶ୍ୱାଳ, ଅନୀତା ସାହୁ, ସୁନୀଲ ଅଗ୍ରୱାଲ, ସବିତା ଅଗ୍ରୱାଲ ଥିଲେ। ୨ କ୍ରିଉ ସଦସ୍ୟ ଥିଲେ କ୍ୟାପ୍‌ଟେନ ନବୀନ କାଡ଼ଙ୍ଗା, କ୍ୟାପ୍‌ଟେନ ତରୁଣ ଶ୍ରୀବାସ୍ତବ। ତେବେ ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସୁଶାନ୍ତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୁମ୍ବାଇ ଏୟାର ଲିଫ୍ଟି ବେଳେ ସୁଶାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.