ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

କଟକରେ ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ଜଣେ ମୃତ

0

କଟକ: କଟକ ସଦର ଥାନା ଅନ୍ତର୍ଗତ ଖଲର୍ଦ୍ଦା ହାତୀଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଦିନ ବାଣ ତିଆରି ବେଳେ ହଠାତ୍ ବିସ୍ଫୋରଣ ଘଟି ଜଣେ ବ୍ୟକ୍ତିଙ୍କର ପ୍ରାଣହାନି ଘଟିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ହାତୀଗଡ଼ ନିବାସୀ ବଇନ ସାମଲଙ୍କ ଘରେ ବେଆଇନ ଭାବରେ ବାଣ ତିଆରି ହେଉଥିବା ବେଳେ ଏହି ଭୟଙ୍କର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ ଘରର ଆଜବେଷ୍ଟସ୍ ଛାତ ଉଡ଼ିଯିବା ସହ କାନ୍ଥ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ନାମ ସୁରେଶ ଭୋଇ( ୫୨) ଥିବା ନେଇ ଜଣାପଡ଼ିଛି।

ଘଟଣା ସମୟରେ ବାଣ ତିଆରିରେ ବ୍ୟବହୃତ ବାରୁଦରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା, ଯାହା ଫଳରେ ଏହି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି।ଅପରପକ୍ଷରେ ଦୁର୍ଘଟଣାର ଖବର ପାଇ ବାରଙ୍ଗ ଅଗ୍ନିଶମ ସେବା କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପରେ ମୃତଦେହକୁ ଉଦ୍ଧାର କରି ସ୍ଥାନୀୟ ପୋଲିସକୁ ହସ୍ତାନ୍ତର କରାଯାଇଥିଲା।

Leave A Reply

Your email address will not be published.