ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ

0

ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି : ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ

ଭୁବନେଶ୍ବର: ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ନେଇ ଅନୁଷ୍ଠିତ ନିର୍ମାଣ ବିଭାଗର ସମୀକ୍ଷା ବୈଠକରେ ଏଭଳି କିଛି ନିଷ୍ପତ୍ତି ନିଆଯାଇଛି। ଏଥିସହ ନାମ ଫଳକ ମଧ୍ୟ ଓଡିଆରେ ଲେଖା ହେବ।

ସରକାରଙ୍କ ବାରମ୍ବାର ତାଗିଦ ପରେ ମଧ୍ୟ ବିଭିନ୍ନ ବିଭାଗ ଇଂରାଜୀରେ ଚିଠି କରୁଥିଲେ। ସରକାରଙ୍କ ନିଷ୍ପତ୍ତିକୁ ମାନୁନଥିଲେ। ଏସବୁ ଭିତରେ ନିର୍ମାଣ ବିଭାଗ ଓଡ଼ିଆ ଭାଷାର ବ୍ୟବହାର ପାଇଁ ପାଦ ଆଗକୁ ବଢାଇଛି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ନେଇ ନିର୍ମାଣ ବିଭାଗର ସମୀକ୍ଷା ବୈଠକରେ ସବୁ ସରକାରୀ କାର୍ଯ୍ୟ ଓଡ଼ିଆରେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚିଠିପତ୍ର, ସରକାରୀ ନିର୍ଦ୍ଦେଶନାମା ଆଦି ଓଡ଼ିଆରେ କରିବା ପାଇଁ ନିର୍ମାଣ ବିଭାଗର ପ୍ରମୁଖ ସଚିବ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ମାଣ ବିଭାଗର ଏହି ସମୀକ୍ଷା ବୈଠକରେ ଖାଲିଥିବା ପଦ ପୂରଣ ଏବଂ ପଦୋନ୍ନତି ଅପେକ୍ଷାରେ ଥିବା ଯୋଗ୍ୟ ଅଧିକାରୀଙ୍କୁ ତୁରନ୍ତ ପଦୋନ୍ନତି ପାଇଁ ଗୁରୁତ୍ବ ଦିଆଯାଇଛି। ସମୟ ଅବଧି ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବା ନେଇ ଆଲୋଚନା ହୋଇଥିବା ବେଳେ ଅନ୍‌ଲାଇନ୍‌ ମାଧ୍ୟମରେ ସରକାରୀ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.