ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

0

ଭୁବନେଶ୍ଵର: ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏ ନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଜନଗଣନା ଚାଲିବ। ଏପ୍ରିଲ୍‌ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା ହେବ। ତେବେ ଦ୍ବିତୀୟ ପର୍ଯ୍ୟାୟ ଜନଗଣନା କେବେ ହେବ ସେନେଇ ତାରିଖ ଘୋଷଣା କରାଯାଇ ନାହିଁ।

ଜନଗଣନା କାର୍ଯ୍ୟ ପାଇଁ ରାଜ୍ୟରେ ପ୍ରାୟ ଏକ ଲକ୍ଷ ଗଣନାକାରୀ ନିଯୁକ୍ତ ହେବେ। ପ୍ରଥମ ପର୍ଯ୍ୟାୟ ସମୟରେ ଗୃହ ଗଣନା କରାଯିବ। ଏଥିରେ ଘର ଚିହ୍ନଟ କରାଯିବା ସହ ପରିବାରର ସମ୍ପତ୍ତି ବିବରଣୀ ସଂଗ୍ରହ କରାଯିବ। ଯୋଜନା ଅନୁଯାୟୀ, ଜଣେ ଗଣନାକାରୀ ପ୍ରାୟ ୨୦୦ ପରିବାରର ଦାୟିତ୍ୱ ନେବେ ଏବଂ ୬ ଜଣ ଗଣନାକାରୀଙ୍କ କାର୍ଯ୍ୟକୁ ଜଣେ ସୁପରଭାଇଜର ତଦାରଖ କରିବେ। ପ୍ରତି ଗଣନାକାରୀଙ୍କୁ ସେମାନଙ୍କ ସେବା ପାଇଁ ୨୫,୦୦୦ ଟଙ୍କା ଆର୍ଥିକ ପ୍ରୋତ୍ସାହନ ଦିଆଯିବ।

Leave A Reply

Your email address will not be published.