ଭୁବନେଶ୍ଵର: ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ଆମ ବସ୍’ ସେବା ସମୀକ୍ଷା ବୈଠକରେ ଏହି ଯୋଜନା ଉପରେ ମୋହର ବାଜିଛି। ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ମନୋନୀତ କରାଯାଇଛି। ଆସନ୍ତା ଜାନୁଆରୀ ୩୧ ତାରିଖରେ ଏହି ମହିଳା ଚାଳକମାନେ ଉନ୍ନତମାନର ତାଲିମ ପାଇଁ ପୁନେ ଗସ୍ତ କରିବେ। ସେଠାରେ ସେମାନଙ୍କୁ ବିଶେଷ କରି ଇ-ବସ୍ ଚାଳନା ଏବଂ ଯାନ୍ତ୍ରିକ କୌଶଳ ବାବଦରେ ପ୍ରଶିକ୍ଷଣ ଦିଆଯିବ। ବିଶେଷ କରି ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ