ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆଉ ମିଳିବନି ମାଦକ ଦ୍ରବ୍ୟ: ଗୁଟ୍‌ଖା, ସିଗାରେଟ୍‌-ବିଡି ହେଲା ବ୍ୟାନ୍‌

0

ନ୍ୟୁଜ୍ ବ୍ୟୁରୋ: ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା କ୍ରୟ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର। ପାନ ମସଲା, ଜର୍ଦ୍ଦା, ଖଇନି, ଗୁଟଖା, ତମ୍ବାକୁ କିଣାବିକାରେ କଟକଣା। ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା କ୍ରୟ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର। ପାନ ମସଲା, ଜର୍ଦ୍ଦା, ଖଇନି, ଗୁଟଖା, ତମ୍ବାକୁ କିଣାବିକାରେ କଟକଣା। ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ କଟକଣା ଲଗାଯାଇଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ ଏଫ୍‌ଏସ୍‌ଏସ୍‌ଏଆଇଙ୍କ ଗାଇଡଲାଇନ୍ ଅନୁସାରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତମ୍ବାକୁ ଓ ନିକୋଟିନ୍ ଯୁକ୍ତ ପଦାର୍ଥ ଗୁରୁତର ତମାଖୁ ଓ ନିକୋଟିନ୍‌ ଯୁକ୍ତ ପଦାର୍ଥଗୁଡ଼ିକ ମୁଖ, ଗଳା, ଅନ୍ତର୍ନିହିତ ଅଙ୍ଗରେ କ୍ୟାନ୍‌ସର ସହିତ ଗୁରୁତର ରୋଗ ସୃଷ୍ଟି କରୁଛି। ବିଶେଷ କରି ଶିଶୁ ଓ ଯୁବପିଢ଼ିଙ୍କ ସ୍ବାସ୍ଥ୍ୟ ପାଇଁ ଏହା ଅତ୍ୟନ୍ତ ହାନିକାରକ। ତେଣୁ ସାର୍ବଜନୀନ ସ୍ବାସ୍ଥ୍ୟ ହିତରେ ଏହି ନିଷେଧ ଲାଗୁ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନୋଟିଫିକେଶନ ନମ୍ବର ୨୦୬୫/୨୧।୧।୨୦୨୬ ଅନୁସାରେ ଏହି ନିଷେଧାଦେଶ ଲାଗୁ କରାଯାଇଛି। ସାଧାରଣ ଲୋକଙ୍କୁ ଏହି ନିଷେଧାଜ୍ଞା ପାଳନ କରି ସୁସ୍ଥ ଓ ତମାଖୁମୁକ୍ତ ଓଡ଼ିଶା ଗଠନରେ ସହଯୋଗ କରିବାକୁ ରାଜ୍ୟ ସରକାର ଆହ୍ବାନ କରିଛନ୍ତି।

Leave A Reply

Your email address will not be published.