ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆସନ୍ତା ୨୮ରେ ଓଡ଼ିଶା ବନ୍ଦ

0

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ। ଏହି ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ। ସାଧାରଣ ଲୋକଙ୍କ ୩ ଦଫା (ପ୍ରଦୂଷଣ, ଧାନମଣ୍ଡି ଅବ୍ୟବସ୍ଥା, ଟାଟା ପାଓ୍ବାର ଯନ୍ତ୍ରଣା) ଦାବିକୁ ନେଇ ଏହି ବନ୍ଦ ପାଳନ କରାଯିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି।

ଅନ୍ୟ ପକ୍ଷରେ ଏହି ବନ୍ଦ ଡାକରାକୁ ସିପିଆଇ(ଏମ୍) ସମର୍ଥନ ଜଣାଇଛି। ସଂଗଠନର ରାଜ୍ୟ ସଂଯୋଜକ ଏମ.ଡ଼ି ମନଓ୍ବର ଅଲ୍ଲୀଙ୍କ ନେତୃତ୍ବରେ ଭୁବନେଶ୍ବର ସହରର ବିଭିନ୍ନ ସ୍ଥାନରେ କାର ଶୋଭାଯାତ୍ରା ଓ ପ୍ରଚାର କରାଯାଇଥିଲା। ପ୍ରଚାର ମାଧ୍ୟମରେ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ଓଡ଼ିଶା ବନ୍ଦକୁ ସମସ୍ତେ ସମର୍ଥନ ଜଣାଇବା ସହ ଦୋକାନ ବଜାର ଓ ଯାନବାହନ ଚଳାଚଳ ବନ୍ଦ ରଖିବା ପାଇଁ ଶ୍ରୀ ଅଲ୍ଲୀ ନିବେଦନ କରିଥିଲେ।

Leave A Reply

Your email address will not be published.