ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଆସନ୍ତା ୩ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ନୂଆଦିଲ୍ଲୀ; ଆସନ୍ତା ୩ ତାରିଖ ଦିନ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ଏହାସହ ମହାମହିମ ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି। ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ।
ଅପରାହ୍ନ ୪ଟା ୩୦ରେ ବସିବ ବୈଠକ। ବୈଠକରେ ଜିଲ୍ଲାପାଳ, ଏସପି ଛତିଶା ନିଯୋଗ ସେବାୟତ ପ୍ରତିନିଧିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ଆଲୋଚନା ହେବ।

ଶ୍ବେତଗଙ୍ଗାରେ ରାଷ୍ଟ୍ରପତି ପିଣ୍ଡଦାନ କାର୍ଯ୍ୟ ସାରିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ରାଜରତନ ମହାପାତ୍ର କହିଛନ୍ତି, ପରମ୍ପରା ଅନୁଯାୟୀ ରାଷ୍ଟ୍ରପତିଙ୍କୁ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଣ୍ଡୁଆ ବସ୍ତ୍ର, ଶୁଖିଲି ମହାପ୍ରସାଦ ଉପହାର ସ୍ୱରୂପ ଦିଆଯିବ।

ସେପଟେ, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ବେତଗଙ୍ଗାକୁ ଯିବେ।‌ ସେଠାରେ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ଥିବାବେଳେ ସେଠାରେ ଏନେଇ ସମସ୍ତ ପ୍ରସ୍ତୁତି ସଠିକ୍ ଭାବେ ହୋଇପାରିବ ସେନେଇ ଶ୍ବେତଗଙ୍ଗା ପୁଷ୍କରିଣୀକୁ ଯାଇ ଅନୁଧ୍ୟାନ କରିଥିଲେ ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସପି।

Leave A Reply

Your email address will not be published.