ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ବିମାନ ଦୁର୍ଘଟଣାରେ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ

0

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟି ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ଆଜି ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ମୃତ୍ୟୁ ହୋଇଛି। ଶ୍ରୀ ପାୱାରଙ୍କ ସହ ବିମାନରେ ଥିବା ବାକି ୪ ଜଣ ମଧ୍ୟ ପ୍ରାଣ ହରାଇଛନ୍ତି। ଅଜିତ ପାୱାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସାଧାରଣ ସଭାରେ ଯୋଗ ଦେବା ପାଇଁ ବିମାନରେ ବାରାମତି ଯାଉଥିଲେ।
ମୁମ୍ବାଇରୁ ଅଜିତ ପାୱାରଙ୍କୁ ନେଇ ବାରାମତୀ ଯାଉଥିଲା ବିମାନ। ସକାଳ ୮ଟାରେ ଏହା ଉଡ଼ାଣ ଆରମ୍ଭ କରିଥିବା ବେଳେ ୮.୪୫ରେ କ୍ରାଶ ହୋଇଛି। ବାରାମତୀ ଏୟାରପୋର୍ଟରେ ଜରୁରୀ ଅବତରଣ ସମୟରେ ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହିଁ ଏହା ମଧ୍ୟରେ ଥିବା ସମସ୍ତ ୫ ଜଣଙ୍କ ମୃତ୍ୟୁ ହୋଇଛି।

ବିମାନ ବାରାମତି ବିମାନବନ୍ଦରରେ ଅବତରଣ କରିବା ସମୟରେ ଦୁର୍ଘଟଣା ଘଟିଥିଲା। ଚାର୍ଟର ବିମାନଟି ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି। ଘନ କୁହୁଡି ଯୋଗୁଁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଦୁର୍ଘଟଣାଟି ଅତି ଭୟଙ୍କର ଥିଲା। ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳ କଳା ଧୂଆଁରେ ଘେରି ଯାଇଥିଲା।ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ବାରାମତି ଅଗ୍ନିଶମ ବିଭାଗ କର୍ମଚାରୀ, ତୁରନ୍ତ ବିମାନ ବନ୍ଦର ଅଭିମୁଖେ ଯାତ୍ରା କରିଥିଲେ। ସେମାନେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗରେ ଦୁଃଖ ପ୍ରକାଶ କରି କହିଛନ୍ତି, “ଆମେ ରାଜ୍ୟରେ ତିନି ଦିନିଆ ଶୋକ ଘୋଷଣା କରିଛୁ।”

Leave A Reply

Your email address will not be published.