ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁର

0

ନ୍ୟୁଜ୍ ବ୍ୟୁରୋ: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ। ଢେଙ୍କାନାଳ ଗଜମରାରେ ସ୍ଥାପନ ହେବ ବଡ଼ ପ୍ରକଳ୍ପ । ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେସ ସାମଗ୍ରୀ। ୧୭ ହଜାର ୨୫୦ କୋଟି ଟଙ୍କା ନିବେଶ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷରେ ୨୦ ହଜାର ନିଯୁକ୍ତ ସୁଯୋଗ ସୃଷ୍ଟି ହେବ। ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହା ଉପରେ ମୋହର ଲାଗିଛି।

ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରାରେ ୧୧ ଶହ ଏକର ଜମିରେ ନିର୍ମାଣ ହେବ। ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେସ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ। ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ନିୟମାବଳୀ-୨୦୨୬ ପ୍ରଣୟନକୁ କ୍ୟାବିନେଟ୍ ମୋହର ବାଜିଛି।

ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ସେହିପରି ମାର୍ଚ୍ଚ ଯାଏ ଓଡିଶାରୁ ଦୁବାଇ ଓ ସିଙ୍ଗାପୁରକୁ ଜାରି ରହିବ ବିମାନ ଉଡ଼ାଣ। ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଏନେଇ ନିଷ୍ପତ୍ତି ନେବେ।

Leave A Reply

Your email address will not be published.